ଓଡ଼ିଶାଲାଇଭ୍‌ ବ୍ୟୁରୋ

ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ। ଉପଜିଲ୍ଲାପାଳଙ୍କ ଅଫିସରେ ପ୍ରାଥିର୍ପତ୍ର ଦାଖଲ ସମୟରେ ତାଙ୍କ ସହିତ ବହୁ ସଂଖ୍ୟକ ସମର୍ଥକ ଉପସ୍ଥିତ ଥିଲେ।

ପୂର୍ବରୁ ଅକ୍ଟୋବର ୧୨ରେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରା ଓ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲ୍ଲିକ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି।

ତେବେ ଆସନ୍ତା ନଭେମ୍ବର ୩ରେ ଭୋଟ ଗ୍ରହଣ କରାଯିବ। ୧୦ ତାରିଖରେ ଭୋଟ ଗଣତି ହେବ। କୋଭିଡ କଟକଣା ଭିତରେ ସୁରୁଖୁରରେ ନିର୍ବାଚନ ପରିଚାଳନା ପାଇଁ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି।

Comment