ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୯ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ଏସ୍ଆରସି ପ୍ରଦୀପ ଜେନା ସତର୍କ ସୂଚନା ଜାରି କରିଛନ୍ତି। ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ କହିବା ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି।

ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ଏସଆରସି ପ୍ରଦୀପ ଜେନା କହିଛନ୍ତି ଯେ, ବର୍ଷା କାରଣରୁ କିଛି ସ୍ଥାନରେ ଭୂ-ସ୍ଫଳନ ହୋଇପାରେ। ତା’ସହିତ ରାସ୍ତାରେ ପାଣି ମଧ୍ୟ ଜମିପାରେ ବୋଲି କୁହାଯାଇଛି। ଏଥିପାଇଁ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାପାଳଙ୍କୁ ସତର୍କ ରହିବା ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି।

 

 

Comment