ଓଡ଼ିଶାଲାଇଭ୍ ବ୍ୟୁରୋ

ଚଳିତବର୍ଷ ନିଟ୍ ପରୀକ୍ଷାରେ ୭୨୦ରୁ ୭୨୦ ମାର୍କ ରଖି ଟପ୍ପର ହୋଇଥିବା ରାଉଲକେଲାର ସୋଏବ ଅଫତାବ୍‌ଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସୋଏବଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି।

୧୮ ବର୍ଷୀୟ ସୋଏବ ନିଟ୍ ପରୀକ୍ଷାରେ ଶତ ପ୍ରତିଶତ ନମ୍ବର ରଖି ରେକର୍ଡ କରିଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସୋଏବଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ସୋଏବଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଅନ୍ୟପଟେ ସୋଏବ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଖୁସି ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ସେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Comment