ଓଡ଼ିଶାଲାଇଭ୍ ବ୍ୟୁରୋ

ଅକ୍ଟୋବର ୧୯ରୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଆଜିଠାରୁ ଆସନ୍ତା ୨୩ ତାରିଖ ଯାଏଁ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଲାଗି ରହିବ।ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ୧୯ ତାରିଖ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ୫ଟି ଜିଲ୍ଲା ହେଉଛି- ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା। ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି ହୋଇଛି।

ଆସନ୍ତା ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେଣୁ କାଲିଠାରୁ ଆସନ୍ତା ୨୨ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Comment