ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାର ପ୍ରଭାବରେ ୨୨ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଆସନ୍ତା ୨୦ ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଲର୍ଟ ହୋଇଛି। ତେଣୁ ଉଭୟ ଜିଲ୍ଲାରେ ବର୍ଷା ମୁକାବିଲା ପାଇଁ ପ୍ରାକ୍ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ୨୦ ତାରିଖ ପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ୨୦ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ ସହ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେଣୁ ଆଜିଠାରୁ ଆସନ୍ତା ୨୨ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Comment