ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଏହି ଲଘୁଚାପ ବର୍ଷା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏହି ଲଘୁଚାପର ପ୍ରଭାବରେ ପବନ ମଧ୍ୟ ୪୦ରୁ ୫୦ କିଲୋମିଟର ପ୍ରତି ଘଣ୍ଟାରେ ବହିବ। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହିତ କନ୍ଧମାଳ, ଢେଙ୍କନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।

ସେହିପରି ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଆଦି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comment