ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। କାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ସହିତ ଦକ୍ଷିଣ ଏବଂ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୩ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ ଏବଂ ଗଞ୍ଜାମ। ଏହି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ବିଭାଗ ସତର୍କ କରାଇଛି।

ସେହିପରି ବାଲେଶ୍ଵର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Comment