ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି ମଧ୍ୟ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରଯାଇଛି।

ଆଜି ମାଲକାନଗିରି, କୋରାପୁଟ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବାଲେଶ୍ଵର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟରେ ଏହି ଲଘୁଚାପ ବର୍ଷା ଆସନ୍ତା ଅକ୍ଟୋବର ୨୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏହି ସମୟରେ ବିଶେଷକରି ଦକ୍ଷିଣ ଓଡ଼ିଶା,ଉତ୍ତର ଉପକୂଳ ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି କୁହାଯାଇଛି।

Comment