ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅଧିକ ସକ୍ରିୟ ହେବାରେ ଲାଗିଛି। ଏହାର ପ୍ରଭାବ ଖୁବଶୀଘ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦେଖିବାକୁ ମିଳିବ। ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପର ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷକରି ମାଲକାନଗିରି, ଗଞ୍ଜାମ ଓ କୋରାପୁଟ ଜିଲ୍ଲା ଏହାଦ୍ୱାରା ଅଧିକ  ପ୍ରଭାବିତ ହେବ ବୋଲି କୁହାଯାଇଛି। ସେଥିପାଇଁ ଏହି ଜିଲ୍ଲାକୁ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।ଅନ୍ୟପଟେ ଏହି ଜିଲ୍ଲା ବ୍ୟତୀତ ଉପକୂଳ ଓଡ଼ିଶା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଜପତି, ପୁରୀ, ଜଗତସିଂହପୁର କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ଆଜି ଓ କାଲି ବର୍ଷା ଲାଗି ରହିବ ବୋଲି ଅନୁମାନ କରାଯାଇଛି।

Comment