ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ଏହା ଗଭୀର ଅବପାତର ରୂପ ନେବ। ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ସତର୍କ ରହିବାକୁ ଆଜି ଏସଆରସି ପ୍ରଦୀପ ଜେନା ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି।

ଏସଆରସି କହିଛନ୍ତି ଯେ, ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। କିଛି ଅଞ୍ଚଳରେ ପାଣି ଜମା ହେଲା ଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ତେଣୁ ଏଥିପ୍ରତି ନଜର ରଖିବାକୁ ଏସଆରସି କହିଛନ୍ତି।ସେହିପରି ଉପକୂଳ ଜିଲ୍ଲାମାନଙ୍କରେ ପ୍ରବଳ ବେଗରେ ପବନ ବହିବା ସହିତ ଗଛବୃକ୍ଷ ଭାଙ୍ଗିପାରେ। ଏଥିପାଇଁ ଓଡ୍ରାଫ୍ ଓ ଅଗ୍ନିଶମ ବିଭାଗ ସଜାଗ ରହିବାକୁ ଏସଆରସି ଚିଠି ଲେଖି ଜଣାଇଛନ୍ତି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତାକାଲି ସୁଦ୍ଧା ରାଜ୍ୟର ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comment