ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓ୍ଵେଲ ମାର୍କଡ ଲଘୁଚାପ ଗଭୀର ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ଲାଗି ରହିବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ୍ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ଵର ଓ ଭଦ୍ରକ।ଏଥିସହ ସମ୍ଭାବ୍ୟ ଅବପାତ ପାଇଁ ପୁରୀ ଓ ଗୋପାଳପୁର ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଅବପାତ ପ୍ରଭାବରେ ବର୍ଷା ପବନ ହେବା ସହ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଜିଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Comment