ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୫୩,୩୭୦ ଆକ୍ରାନ୍ତ, ୬୫୦ ମୃତ
  • ମୋଟ ୭୮,୧୪,୬୮୨ କରୋନା ପଜିଟିଭ୍ ସଂଖ୍ୟା ଚିହ୍ନଟ
  • ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭୦,୧୬,୦୪୬କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୧୭,୯୫୬କୁ ବୃଦ୍ଧି

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। କିଛି ଦିନ ହେବ ଲଗାତାର ଭାବେ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ସୁସ୍ଥ ହାର ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୩,୩୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬୭ ହଜାରରୁ ଊର୍ଦ୍ଧ୍ଵ ରୋଗୀ ସୁସ୍ଥ ହୋଇଛନ୍ତି। ଏଥିସହ ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୭୦ ଲକ୍ଷ ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁସାରେ ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୭୮,୧୪,୬୮୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୬,୮୦,୬୮୦ଟି ଆକ୍ଟିଭ୍ କେସ୍ ଥିବା ବେଳେ ୭୦,୧୬,୦୪୬ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଆଜି ୬୫୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୧୭,୯୫୬କୁ ବୃଦ୍ଧି ପାଇଛି।

Comment