ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଅକ୍ଟୋବର ୨୯ ତାରିଖରେ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରୁ ଆସନ୍ତା ୪ ଦିନ ଭିତରେ ମୌସୁମୀ ବିଦାୟ ନେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିଲା। ଏପରିକି ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରାଯାଇଥିଲା। ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଥିବାରୁ ପୁଣି ଥରେ ବର୍ଷା ସମ୍ଭାବନା ଦେଖାଦେଇଛି।

Comment