ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଜଣକ ପରେ ଜଣେ ରାଜନେତା କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ରବିବାର ଏହି ତାଲିକାରେ ଯୋଡ଼ି ହୋଇଛନ୍ତି ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ଆଜି ପ୍ରଫୁଲ୍ଲଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଏନେଇ ନିଜେ ମନ୍ତ୍ରୀ ସୂଚନା ଦେଇଛନ୍ତି।

ସେ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ସୁସ୍ଥ ଅଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ ଯଥାଶୀଘ୍ର କୋଭିଡ୍ ଟେଷ୍ଟ କରାଇନେବା ପାଇଁ ମନ୍ତ୍ରୀ କହିଛନ୍ତି।

ପ୍ରଫୁଲ୍ଲ ମଲ୍ଲିକଙ୍କ ପୂର୍ବରୁ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ବିଧାୟକ ଅନନ୍ତ ନାରାୟଣ ଜେନା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ନିଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପରି ବହୁ ରାଜନେତା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇସାରିଛନ୍ତି।

Comment