ଓଡ଼ିଶାଲାଇଭ୍‌ ବ୍ୟୁରୋ

ମାଗଣା କରୋନା ଟିକା ପ୍ରସଙ୍ଗ ଉଠାଇ ଦୁଇ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ।

‘‘ଯଦି ବିହାରରେ ମାଗଣା ଟିକା ନେଇ ବିଜେପି ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇପାରୁଛନ୍ତି ତେବେ ଓଡ଼ିଶା ଲୋକଙ୍କୁ ମାଗଣା ଟିକା ଦେବାକୁ ପଛଘୁଞ୍ଚା କାହିଁକି? ଏହା ପାତରଅନ୍ତର କି ନୁହେଁ, ଓଡ଼ିଶାର ୨ କେନ୍ଦ୍ରମନ୍ତ୍ରୀ ଏହାର ଉତ୍ତର ଦେବେ କି’’, ରଣେନ୍ଦ୍ର ଏଭଳି କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଓଡ଼ିଶାରେ କରୋନା ଟିକାକରଣ ପାଇଁ  ବିଜେପିର ଆଭିମୁଖ୍ୟ କ’ଣ? ଦୁଇ କେନ୍ଦ୍ରମନ୍ତ୍ରୀ ଏହାର ଉତ୍ତର ରଖନ୍ତୁ। ଓଡ଼ିଶାବାସୀ ଜାଣିବାକୁ ଚାହୁଁଛନ୍ତି।

ରାଜ୍ୟ ସରକାର ଓଡ଼ିଶାବାସୀଙ୍କ ପାଇଁ ନିଜସ୍ୱ ପାଣ୍ଠିରୁ ଟିକା ନିର୍ମାତାଙ୍କୁ ୫ କୋଟି ଟଙ୍କା ଦେଇ ରାଜିନାମା କରି ସାରିଛନ୍ତି ଏବଂ ରାଜ୍ୟ ସରକାର ଓଡ଼ିଶାବାସୀଙ୍କ ଟିକାକରଣ କରିବା ପାଇଁ ପ୍ରତିବଦ୍ଧ ବୋଲି ସେ କହିଛନ୍ତି।

Comment