ଓଡ଼ିଶାଲାଇଭ୍ ବ୍ୟୁରୋ

  • ଦିନକରେ ୪୫,୧୪୯ ଆକ୍ରାନ୍ତ, ୪୮୦ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୭୯,୦୯,୯୬୦କୁ ବୃଦ୍ଧି
  • ମୋଟ କରୋନା ମୃତ୍ୟୁସଂଖ୍ୟା ୧,୧୯,୦୧୪କୁ ବୃଦ୍ଧି

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ୪୮୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ନୂଆ ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୧୯ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଆଜି ଗୋଟିଏ ଦିନରେ ୪୫,୧୪୯ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଦେଶରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୭୯,୦୯,୯୬୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭୧,୩୭,୨୨୯ ଜଣ ସୁସ୍ଥ ହୋଇଥିବା ବେଳେ ୬,୫୩,୦୦୦ଜଣ ସକ୍ରିୟ ରୋଗୀ ଅଛନ୍ତି।

ଅନ୍ୟପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧,୧୯,୦୧୪କୁ ବୃଦ୍ଧି ପାଇଛି।

Comment