ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଉ ୧୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧୨୭୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।

ଆଜି ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ, ନୂଆପଡ଼ାରୁ ୩ ଜଣ, କେନ୍ଦୁଝର ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

Comment