ଓଡ଼ିଶାଲାଇଭ୍ ବ୍ୟୁରୋ

  • ଦିନକରେ ୩୬,୪୬୯ ଆକ୍ରାନ୍ତ, ୪୮୮ ମୃତ
  • ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯,୪୬,୪୨୯କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୧୯,୫୦୨କୁ ବୃଦ୍ଧି

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ସେହିପରି ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୬,୪୬୯ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୪୮୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ, ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯,୪୬,୪୨୯ରେ ପହଞ୍ଚିଛି। ସେଥିମଧ୍ୟରୁ ୭୨,୦୧,୦୭୦ ଜଣ ସୁସ୍ଥ ହୋଇଥିବା ବେଳେ ୬,୨୫,୮୫୭ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୧,୧୯,୫୦୨କୁ ବୃଦ୍ଧି ପାଇଛି।

Comment