ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୧,୨୪୭ ପଜିଟିଭ୍
  • କ୍ଵାରେଣ୍ଟାଇନ୍‌ରୁ ୭୨୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୧୮ ଜଣ ଆକ୍ରାନ୍ତ ଚିହ୍ନଟ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୨,୮୩,୯୪୨କୁ ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଆଜି ୨୯ ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ୧,୨୪୭ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୭୨୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୧୮ ଜଣ ଆକ୍ରାନ୍ତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୧୦୫ ଜଣ, ସୁନ୍ଦରଗଡ଼ରୁ ୯୬ ଜଣ, ମୟୂରଭଞ୍ଜରୁ ୭୧ ଜଣ, ଅନୁଗୁଳରୁ ୬୯ ଜଣ ଓ ବଲାଙ୍ଗିରରୁ ୬୮ ଜଣ ଆକ୍ରାନ୍ତ ଅଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୨,୮୩,୯୪୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୬୬,୧୦୫ ଜଣ ସୁସ୍ଥ ହୋଇଥିବା ବେଳେ ୧୬,୫୧୨ ଜଣ ସୁସ୍ଥ ହୋଇଛନ୍ତି।

Comment