ଓଡ଼ିଶାଲାଇଭ୍‌ ବ୍ୟୁରୋ

ଚନ୍ଦ୍ରପୃଷ୍ଠରେ ପାଣିର ସନ୍ଧାନ କରିଛି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା। ଫ୍ଲାଇଙ୍ଗ ଟେଲିସ୍କୋପ ଜରିଆରେ ଚନ୍ଦ୍ରପୃଷ୍ଠର ବିଭିନ୍ନ ଅଂଶକୁ ସମୀକ୍ଷା ପରେ ଉତ୍ତର ଓ ଦକ୍ଷିଣ ମେରୁ ନିକଟରେ ଜଳର ସନ୍ଧାନ ମିଳିଥିବା ନେଇ ସୋମବାର ଦିନ ନାସା ପକ୍ଷରୁ ପ୍ରକାଶ କରାଯାଇଛି।

ଚନ୍ଦ୍ରରେ ୧୪,୬ ମିଲିୟନ ବର୍ଗମାଇଲ ଅଞ୍ଚଳରେ ଛୋଟ ଛୋଟ କାଚ କଣିବା ଭଳି ଜଳ ଥିବା ସୂଚନା ମିଳିଛି। ଏହାସହ ଚନ୍ଦ୍ରପୃଷ୍ଠରେ ଅଧିକ ତରଳ ବଳୟ ଥିବା ନେଇ ଆଉ ଏକ ବୈଜ୍ଞାନିକ ଟିମ୍‌ ଆକଳନ କରିଛି। ଏଥରୁ ଅନୁମାନ କରାଯାଉଛି ଯେ ଚନ୍ଦ୍ରପୃଷ୍ଠରେ ଆହୁରି ଅଧିକରୁ ଅଧିକ ଜଳ ରହିଛି।

ତେଣୁ ଏନେଇ ଅଧିକ ଗବେଷଣା ଜାରି ରହିବ ବୋଲି ନାସା ପକ୍ଷରୁ କୁହାଯାଇଛି। ନାସାର ଏହି ତଥ୍ୟ ଭବିଷ୍ୟତରେ ଚନ୍ଦ୍ର ଅଭିଯାନ ଲାଗି ସାହାଯ୍ୟ କରିବ।

Comment