ଓଡ଼ିଶାଲାଇଭ୍‌ ବ୍ୟୁରୋ

ମଙ୍ଗଳବାର ତୁଳନାରେ ବୁଧବାର ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ଗତ ୨୪ ଘଣ୍ଟାରେ ୪୩ ହଜାର ୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ୫୦୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୯୦ ହଜାର ୩୨୨କୁ ବୃଦ୍ଧି ଘଟିଛି। ସେହିପରି ମୃତ୍ୟୁସଂଖ୍ୟା ୧ ଲକ୍ଷ ୨୦ ହଜାର ଟପିଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଏବେ ସୁଦ୍ଧା ଆକ୍ଟିଭ୍‌ କେସ୍ ୬ ଲକ୍ଷ ୧୦ ହଜାର ୮୦୩ ରହିଥିଲା ବେଳେ ଏଯାଏଁ ସୁସ୍ଥ ହେଲେଣି ୭୨ ଲକ୍ଷ ୫୯ ହଜାର ୫୦୯ ଜଣ।

ମଙ୍ଗଳବାର ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ଥିଲା। ଦିନକରେ ୩୬ ହଜାର ୪୬୯ ପଜିଟିଭ୍‌ ଚିହ୍ନଟ ହୋଇଥିଲେ।

Comment