ଓଡ଼ିଶାଲାଇଭ୍ ବ୍ୟୁରୋ

(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ। ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ମୁତାବକ ମଙ୍ଗଳବାର ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ପାଳନ କରାଯାଇଛି। ଜିଲ୍ଲାପାଳ ପ୍ରମୋଦ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟାଳୟରେ କାର୍ଯ୍ୟରତ ସମସ୍ତ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଦୁର୍ନୀତି ବିରୋଧରେ ଶପଥପାଠ ଗ୍ରହଣ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ପଣ୍ଡା, ଜିଲ୍ଲା ସୂଚନା ଅଧିକାରୀ ବସନ୍ତ କୁମାର ପ୍ରଧାନ ଓ ଯୋଜନା ଉପନିର୍ଦ୍ଦେଶକ ଭାସ୍କର ଚନ୍ଦ୍ର ଜେନା ଉପସ୍ଥିତ ରହି ଶପଥପାଠ କରିଛନ୍ତି।

ସେହିପରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଏବଂ ରାୟଗଡ଼ା ବ୍ଲକ କାର୍ଯ୍ୟାଳୟରେ ମଧ୍ୟ ଅନୁରୂପ ଭାବେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଇଛି।

Comment