ଓଡ଼ିଶାଲାଇଭ୍ ବ୍ୟୁରୋ

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ଦେହାନ୍ତ। ଗୁରୁବାର ସକାଳେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ଏହାପରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା।

ଗତ ସେପ୍ଟେମ୍ବର ମାସରେ କେଶୁଭାଇ ପଟେଲ କରୋନାରେ ସଂକ୍ରମିତ ହୋଇଥିଲେ। ହେଲେ କିଛି ଦିନ ଧରି ଚିକିତ୍ସିତ ହେବା ପରେ ସେ କରୋନାରୁ ସୁସ୍ଥ ହୋଇ ଫେରିଥିଲେ। ହେଲେ ଆଜି ତାଙ୍କର ଦେହାନ୍ତ ହୋଇଯାଇଛି। ତାଙ୍କର ପରଲୋକରେ ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଦୁଃଖ ପ୍ରକାଶ କରିଛନ୍ତି।କେଶୁଭାଇ ପଟେଲ ଦୁଇଥର ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ସେ ୧୯୯୫ରେ ଅଳ୍ପ ମାସ ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାପରେ ୧୯୯୮ରୁ ୨୦୦୧ ପର୍ଯ୍ୟନ୍ତ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ରହିଥିଲେ।  ଏହାପରେ ସେ ନିଜ ପଦରୁ ଇସ୍ତଫା ଦେଇଥିଲେ। କେଶୁଭାଇ ପଟେଲଙ୍କ ଇସ୍ତଫା ପରେ ନରେନ୍ଦ୍ର ମୋଦୀ ଗୁଜରାଟର ପ୍ରଥମ କରି ମୁଖ୍ୟମନ୍ତ୍ରୀ ହୋଇଥିଲେ।

Comment