ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୪୮,୬୪୮ ଆକ୍ରାନ୍ତ, ୫୬୩ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୮୦,୮୮,୮୫୧କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୨୧,୦୯୦କୁ ବୃଦ୍ଧି

ଦେଶରେ ଆଜି ୪୮ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ପଜିଟିଭ୍ ସଂଖ୍ୟା ୮୦ ଲକ୍ଷ ୮୮ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୮,୬୪୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୦,୮୮,୮୫୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭୩,୭୩,୩୭୫ ଜଣ ସୁସ୍ଥ ହୋଇଥିବା ବେଳେ ୫,୯୪,୩୮୬ଟି ଆକ୍ଟିଭ୍ କେସ୍ ରହିଛି।

ସେହିପରି ଆଜି ଆଉ ୫୬୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ମୃତକମାନଙ୍କୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୨୧,୦୯୦କୁ ବୃଦ୍ଧି ପାଇଛି।

Comment