ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଆଜି ଶ୍ରାଦ୍ଧବାର୍ଷିକୀ।  ୧୯୮୪, ଅକ୍ଟୋବର ୩୧ରେ ତାଙ୍କୁ ହତ୍ୟା କରାଯାଇଥିଲା। ଭାରତ ଇତିହାସରେ ଏହି ଦିନକୁ କେହି ବି ଭୁଲି ପାରି ନାହାନ୍ତି।

ଆଜି ତାଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ,  ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଦଳର ଅନ୍ୟ ନେତା କର୍ମୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ଇନ୍ଦିରା ୧୯୧୭, ନଭେମ୍ବର ୧୯ରେ ଇଲାହବାଦରେ ଜନ୍ମ ହୋଇଥିଲେ। ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ସେ ୩ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ। ୧୯୮୪ ଅକ୍ଟୋବର ୩୧ ତାରିଖରେ ତାଙ୍କ ସୁରକ୍ଷାକର୍ମୀ ହିଁ ତାଙ୍କୁ ଗୁଳି କରି ହତ୍ୟା କରିଥିଲେ।

Comment