ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି ନିଜେ ରାଜ୍ୟପାଳ। ତାଙ୍କ ପତ୍ନୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସେ ଟୁଇଟରେ ଲେଖିଛନ୍ତି।

ଏଥିସହିତ ନିକଟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର ଟେଷ୍ଟ କରାଇନିଅନ୍ତୁ ବୋଲି ରାଜ୍ୟପାଳ ଟୁଇଟରେ ଅନୁରୋଧ କରିଛନ୍ତି।

ରାଜ୍ୟପାଳ କରୋନା ଆକ୍ରାନ୍ତ ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comment