ଓଡ଼ିଶାଲାଇଭ୍ ବ୍ୟୁରୋ

ବାଲେଶ୍ଵର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନରେ ୨ଟି ଆସନ ପାଇଁ ଆଜି ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଦିନ ୧୧ଟା ସୁଦ୍ଧା ଏହି ଦୁଇଟି ଆସନରେ ୨୬.୨୪ ପ୍ରତିଶତ ଭୋଗଗ୍ରହଣ ହୋଇଛି। ବାଲେଶ୍ଵରରେ ୨୭.୦୬ ପ୍ରତିଶତ ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୨୪.୯୩ ପ୍ରତିଶତ ମତଦାନ ରେକର୍ଡ ହୋଇଛି। ଭୋଟ ଆରମ୍ଭରେ ସାମାନ୍ୟ ଧୀମା ହୋଇଥିଲେ ମଧ୍ୟ ଉଭୟ ନିର୍ବାଚନ ମଣ୍ଡଳୀରେ ଶାନ୍ତିଶୃଙ୍ଖଳାର ସହ ଭୋଟ ଗ୍ରହଣ ପ୍ରକ୍ରିୟା ଜାରି ରହିଛି। ଏ ବାବଦରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି।

ଶାନ୍ତିଶୃଙ୍ଖଳାର ସହ ବାଲେଶ୍ୱରରେ ୩୪୬ ଏବଂ ତିର୍ତ୍ତୋଲରେ ୩୭୩ଟି ବୁଥ୍‌ରେ ଭୋଟ ଗ୍ରହଣ ପ୍ରକ୍ରିୟା ଜାରି ରହିଛି। ଏଥିପାଇଁ ୩ ହଜାର ୫୦୦ ପୋଲିଂ କର୍ମଚାରୀ ଏବଂ ୮ ଶହ ଲେଖାଏଁ ଆଶାକର୍ମୀ ଓ ସ୍ୱେଛାସେବୀ ନିଯୁକ୍ତ ହୋଇଛନ୍ତି। କରୋନା କଟକଣା ଭିତରେ ଭୋଟ ଗ୍ରହଣ ପ୍ରକ୍ରିୟା ଜାରି ରହିଛି। ଏଥିପାଇଁ ଥର୍ମାଲ ସ୍କ୍ରିନିଂ ପରେ କେବଳ ସୁସ୍ଥ ଭୋଟରମାନଙ୍କୁ ହିଁ ମତଦାନ ପାଇଁ ବୁଥ୍ ଭିତରକୁ ଛଡ଼ାଯାଉଛି।

ବାଲେଶ୍ୱର ମ୍ୟୁନିସିପାଲଟିର ୩୧ଟି ଓ୍ୱାର୍ଡ ଓ ସଦରର ୨୬ ପଞ୍ଚାୟତରେ ମୋଟ୍ ୨ଲକ୍ଷ ୩୦ ହଜାର ୨୯୭ ମତଦାତା ସେମାନଙ୍କ ଅଧିକାର ସାବ୍ୟସ୍ତ କରୁଥିବା ବେଳେ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ମୋଟ୍ ୨ ଲକ୍ଷ ୩୭ ହଜାର ୨୮୨ ଜଣ ଭୋଟର୍ ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି।

Comment