ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିଠୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲ୍ ପ୍ଲେ-ଅଫ୍ ପର୍ଯ୍ୟାୟ। ଯାହାର ପ୍ରଥମ କ୍ୱାଲିଫାୟାର ମ୍ୟାଚରେ ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ। ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଦୁବାଇରେ ଖେଳାଯିବ।

ମୁମ୍ବାଇ ଓ ଦିଲ୍ଲୀ ପଏଣ୍ଟ ଟେବୁଲର ପ୍ରଥମ ଦୁଇଟି ଦଳ। ତେଣୁ ସେମାନେ ଏହି ପ୍ରଥମ କ୍ୱାଲିଫାୟାର ମ୍ୟାଚରେ ମୁହାଁମୁହିଁ ହେବେ। ଏହି ମ୍ୟାଚର ବିଜେତା ସିଧାସଳଖ ଫାଇନାଲ୍ ଖେଳିବାକୁ ଯୋଗ୍ୟତା ଅର୍ଜନ କରିବ। ଏହି ମ୍ୟାଚର ପରାଜିତ ଟିମ୍ ପାଖରେ ଫାଇନାଲ ଖେଳିବାକୁ ଆଉ ଗୋଟିଏ ସୁଯୋଗ ରହିବ।

ମୁମ୍ବାଇ ରୋହିତଙ୍କ ନେତୃତ୍ୱରେ ଚତ୍ମକାର ପ୍ରଦର୍ଶନ କରିଛି। ହେଲେ ହାଇଦ୍ରାବାଦ ବିପକ୍ଷରେ ଗତ ମ୍ୟାଚରେ ଦଳ ଲଜ୍ଜାଜନକ ପରାଜୟ ଭୋଗିଛି। ତେଣୁ ମନୋବଳ ଦୃଷ୍ଟିରୁ ଦିଲ୍ଲୀ ଏହି ମ୍ୟାଚରେ ଆଗୁଆ ରହିବ। ଶ୍ରେୟାସ ଆୟାରଙ୍କ ନେତୃତ୍ୱାଧୀନ ଦିଲ୍ଲୀ ଏଥର ପ୍ଲେ-ଅଫକୁ ଯାଇଥିବାରୁ ଚାମ୍ପିୟନ ହେବାକୁ ଲକ୍ଷ୍ୟ ରଖିଛି।

ମୁମ୍ଵାଇ ଇଣ୍ଡିଆନ୍ସ

ରୋହିତ୍ ଶର୍ମା(ଅଧିନାୟକ), ଆଦିତ୍ୟ ତାରେ, ଅନମୋଲ୍ ପ୍ରୀତ୍ ସିଂହ, ଅନୁକୁଲ୍ ରାୟ, ଧବଲ୍ କୁଲ୍କର୍ଣ୍ଣି, ହାର୍ଦ୍ଦିକ ପାଣ୍ଡ୍ୟା, ଇଶାନ୍ କିଷନ୍, ଜଶପ୍ରୀତ୍ ବୁମ୍ରା, ଜୟନ୍ତ ଯାଦବ, କିରଣ ପୋଲାର୍ଡ, କ୍ରୁନାଲ୍ ପାଣ୍ଡ୍ୟା, ଲସିଥ୍ ମାଲିଙ୍ଗା, ମିଚେଲ ମାକ୍ଲେନ୍ଗାନ୍, କ୍ୱିଣ୍ଟନ ଡିକକ୍, ରାହୁଲ ଚହର, ସର୍ଫାନ ରାଦରଫୋର୍ଡ, ସୂର୍ଯ୍ୟ କୁମାର ଯାଦବ, ଟ୍ରେଣ୍ଟ ବୋଲ୍ଟ, ନାଥନ୍ କୁଲ୍ଟରନିଲ୍, ସୌରଭ ତିଓ୍ଵାରୀ, ମୋସିନ୍ ଖାନ୍, ଦିଗବିଜୟ ଦେଶମୁଖ, ପ୍ରିନ୍ସ ବଲବନ୍ତ ରାୟ ସିଂ।

ଦିଲ୍ଲୀ କ୍ୟାପିଟାଲ୍ସ

ଶ୍ରେୟାସ୍ ଆୟାର(ଅଧିନାୟକ), ଆଜିଙ୍କ୍ୟ ରାହାଣେ, ଅବେଶ୍ ଖାନ୍, ଅକ୍ଷର ପଟେଲ୍, ହର୍ଷଲ୍ ପଟେଲ୍, ଈଶାନ୍ତ ଶର୍ମା, କାଗିସୋ ରବାଡା, କିମୋ ପଲ୍, ପୃଥୀ ସ୍ୱ, ରବିଚନ୍ଦ୍ରନ୍ ଅଶ୍ଵିନୀ, ରିଷବ ପନ୍ତ, ସନ୍ଦୀପ ଲାମିଚାନେ, ଶିଖର ଧାଓ୍ଵନ୍, ଯଶନ୍ ରୟ, ଆଲେକ୍ସ କ୍ୟାରି, ସିସ୍ରୋନ୍ ହେଟମିର, ମୋହିତ ଶର୍ମା, ତୁଷାର ଦେଶପାଣ୍ଡେ, ମାର୍କସ୍ ଷ୍ଟୋନିସ୍, ଲଲିତ ଯାଦବ, ଅନରିଚ୍ ନର୍ଟଯେ।

Comment