ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୧,୪୯୪ ଆକ୍ରାନ୍ତ, ୧୫ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୨,୯୮,୭୬୮କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୩୯୩କୁ ବୃଦ୍ଧି

ରାଜ୍ୟର ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଆଜି ଆଉ ୧,୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୮୬୭ ଜଣ ଥିବା ବେଳେ ୬୨୭ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏଥିସହ ଆଜି ୧୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୧୧୨ ଜଣ, ବାଲେଶ୍ଵରରୁ ୧୦୨ ଜଣ, ସୁନ୍ଦରଗଡ଼ରୁ ୯୬ ଜଣ,  ମୟୂରଭଞ୍ଜରୁ ୯୩ ଜଣ, ଅନୁଗୁଳରୁ ୮୩ ଜଣ, ବଲାଙ୍ଗିରରୁ ୭୯ ଜଣ ପଜିଟିଭ୍ ଅଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୨,୯୮,୭୬୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୮୩,୫୩୩ ଜଣ ସୁସ୍ଥ ହୋଇଥିବା ବେଳେ ୧୩,୭୮୯ ଜଣ ସକ୍ରିୟ ରୋଗୀ ଅଛନ୍ତି। ସେହିପରି ଆଜିର ୧୫ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୩୯୩କୁ ବୃଦ୍ଧି ପାଇଛି।

Comment