ଓଡ଼ିଶାଲାଇଭ୍‌ ବ୍ୟୁରୋ

ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଫର୍ମ ପୂରଣ ନେଇ ପରେ ଆଉ ଥରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ମାଟ୍ରିକ ପରୀକ୍ଷା ପାଇଁ ପ୍ରକାଶ ପାଇଥିବା ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର କରିବାକୁ ବୋର୍ଡ ସଭାପତିଙ୍କୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ପାଇବା ପରେ ଫର୍ମ ପୂରଣ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି।

ନଭେମ୍ବର ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।  ଡିସେମ୍ବର ୯ରୁ ଫର୍ମ ପୂରଣ ଆରମ୍ଭ ହେବ ବୋଲି କୁହାଯାଇଥିଲା। କିନ୍ତୁ ଏଯାଏଁ କରୋନା ଯୋଗୁଁ ରାଜ୍ୟରେ କୌଣସି ସ୍କୁଲ ଖୋଲିପାରିନାହିଁ। ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ମଧ୍ୟ ସ୍କୁଲ ନଖୋଲିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଏପରି ସ୍ଥିତିରେ ପିଲା ପରୀକ୍ଷା କେମିତି ଦେବେ ଏନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା। ଏପରିକି ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ଏହାର ବିରୋଧ କରିଥିଲା। ଏହାକୁ ଦୃଷ୍ଟିରେ ରଖି ବିଜ୍ଞପ୍ତି ପ୍ରତ୍ୟାହାର କରିନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

Comment