ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୧,୪୩୪ ଆକ୍ରାନ୍ତ, ୧୫ ମୃତ
  • ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୧,୫୭୪କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୪୨୫କୁ ବୃଦ୍ଧି

ରାଜ୍ୟର ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଆଜି ଆଉ ୧,୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୮୩୩ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୦୧ ଜଣ ପଜିଟିଭ୍ ଅଛନ୍ତି। ଅନ୍ୟପଟେ ଆଜି ଆଉ ୧୫ ଜଣ ପ୍ରାଣ ହରାଇଥିବା ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ରିପୋର୍ଟ ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୪ ଜଣ ଆକ୍ରାନ୍ତ ଥିବା ବେଳେ କଟକରୁ ୧୪୧ ଜଣ, ବାଲେଶ୍ଵରରୁ ୯୯ ଜଣ, ସୁନ୍ଦରଗଡ଼ରୁ ୯୮ ଜଣ, ଅନୁଗୁଳରୁ ୯୦ ଜଣ, ମୟୂରଭଞ୍ଜରୁ ୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୧,୫୭୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୮୬,୮୫୭ ଜଣ ସୁସ୍ଥ ହୋଇଥିବା ବେଳେ ୧୩,୨୩୯ ଜଣ ସକ୍ରିୟ ରୋଗୀ ଅଛନ୍ତି। ସେହିପରି ଆଜିର ୧୫ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୪୨୫କୁ ବୃଦ୍ଧି ପାଇଛି।

Comment