ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ମାଟ୍ରିକ ପରବର୍ତ୍ତୀ ଛାତ୍ରବୃତ୍ତିରେ କୌଣସି ପରିବର୍ତ୍ତନ ହେବନାହିଁ। ପିଲାମାନେ ପ୍ରଚଳିତ ହାରରେ ଛାତ୍ରବୃତ୍ତି ପାଇବେ। ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।

ଏସ୍‌ସି ଏସ୍‌ଟି ଉନ୍ନୟନ ବିଭାଗ ବୃତ୍ତି ନିୟମ ବଦଳାଇବାକୁ ଯେଉଁ ନିଷ୍ପତ୍ତି ନେଇଥିଲା, ତାହାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମାଟ୍ରିକ ପରବର୍ତ୍ତୀ ଛାତ୍ରବୃତ୍ତି ସମ୍ପର୍କିତ ଫାଇଲକୁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ଲାଗି କୁହାଯାଇଛି। ଏଥିସହ ଏହି ଫାଇଲକୁ ବିଶଦ ଭାବେ ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏବର୍ଷ ସ୍କୁଲ ନ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ସ୍କୁଲ ବନ୍ଦ ରହିବା ସତ୍ତ୍ଵେ ପିଲାମାନେ ଛାତ୍ରବୃତ୍ତି ପାଇବେ ବୋଲି ସରକାର ସ୍ପଷ୍ଟ କରିଛନ୍ତି।

Comment