ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୧,୨୧୯ ଆକ୍ରାନ୍ତ, ୧୬ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୨,୭୯୩କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୪୪୧କୁ ବୃଦ୍ଧି

ରାଜ୍ୟର ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଆଜି ଆଉ ୧,୨୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୭୦୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୧୧ ଜଣ ଆକ୍ରାନ୍ତ ଅଛନ୍ତି। ଏଥିସହ ଆଜି ଆଉ ୧୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ବାଲେଶ୍ଵର ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୦୭ ଜଣ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୦୬ ଜଣ ଆକ୍ରାନ୍ତ ଅଛନ୍ତି। ତେବେ ଦୀର୍ଘ ଦିନ ପରେ କରୋନା ହଟ୍‌ସ୍ପଟ୍ ପାଲଟିଥିବା ଖୋର୍ଦ୍ଧାରେ ୧୦୦ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା। ଜିଲ୍ଲାରୁ ଆଜି ୯୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୨,୭୯୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୮୮,୧୬୮ ଜଣ ସୁସ୍ଥ ହୋଇଥିବା ବେଳେ ୧୩,୧୩୧ ଜଣ ସକ୍ରିୟ ରୋଗୀ ଅଛନ୍ତି। ଅନ୍ୟପଟେ, ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୪୪୧କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here