ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୯୮୭ ପଜିଟିଭ୍, ୧୩ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୩,୭୮୦କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୪୫୪କୁ ବୃଦ୍ଧି

ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ତଳକୁ ଖସିଛି। ୨୯ ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ୯୮୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୫୭୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୧୫ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ଆଜି ଆଉ ୧୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୮୬ ଜଣ, ଅନୁଗୁଳରୁ ୮୬ ଜଣ, କଟକରୁ ୮୫ ଜଣ, ମୟୂରଭଞ୍ଜରୁ ୮୪ ଜଣ, କେନ୍ଦ୍ରାପଡ଼ାରୁ ୬୦ ଜଣ ପଜିଟିଭ୍ ଅଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୩,୭୮୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୮୯,୬୮୯ ଜଣ ସୁସ୍ଥ ହୋଇଥିବା ବେଳେ ୧୨,୫୮୪ ଜଣ ସକ୍ରିୟ ରୋଗୀ ଅଛନ୍ତି। ଏଥିସହ ଆଜିର ୧୩ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୪୫୪କୁ ବୃଦ୍ଧି ପାଇଛି।

Comment