ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୧,୦୧୮ ନୂଆ ଆକ୍ରାନ୍ତ, ୧୨ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୭,୦୦୪କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୪୯୫କୁ ବୃଦ୍ଧି

ରାଜ୍ୟର ୨୯ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଆଜି ଆଉ ୧,୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୫୮୫ ଜଣ ଥିବା ବେଳେ ୪୩୩ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେହିପରି ଆଜି ପୁଣି ୧୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ରିପୋର୍ଟରୁ ଜଣାପଡ଼ିଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ ୮୬ ଜଣ, ଖୋର୍ଦ୍ଧାରୁ ୮୩ ଜଣ, କଟକରୁ ୭୩ ଜଣ, ବଲାଙ୍ଗିରରୁ ୬୭ ଜଣ, ଅନୁଗୁଳରୁ ୬୫ ଜଣ, ଜଗତସିଂହପୁରରୁ ୫୧ ଜଣ, ସମ୍ବଲପୁରରୁ ୪୬ ଜଣ, କଳାହାଣ୍ଡିରୁ ୪୩ ଜଣ ଆକ୍ରାନ୍ତ ଅଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୭,୦୦୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୯୩,୭୪୧ ଜଣ ସୁସ୍ଥ ହୋଇଥିବା ବେଳେ ୧୧,୭୧୫ ଜଣ ସକ୍ରିୟ ରୋଗୀ ଅଛନ୍ତି। ସେହିପରି ଆଜିର ୧୨ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୪୯୫କୁ ବୃଦ୍ଧି ପାଇଛି।

Comment