ଓଡ଼ିଶାଲାଇଭ୍ ବ୍ୟୁରୋ

ଏଣିକି ସ୍କୁଲ୍ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢ଼ିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟ ସଙ୍ଗୀତର ମାନ୍ୟତା ପ୍ରଦାନ କରିଛନ୍ତି। ଗତ ମେ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ସାରା ରାଜ୍ୟ ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆ ଭାଇ ଭଉଣୀମାନେ ଏହି ସଙ୍ଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ।

ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଙ୍ଗୀତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ଜାତୀୟତାର ଭାବକୁ  ସୁଦୃଢ଼ କରିବା ସହିତ ଓଡ଼ିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

Comment