ଓଡ଼ିଶାଲାଇଭ୍ ବ୍ୟୁରୋ

  • ଦିନକରେ ୭୫୩ ଆକ୍ରାନ୍ତ, ୧୭ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୮,୬୫୯କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୫୨୭କୁ ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଆଜି ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ୭୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୪୩୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୧୯ ଜଣ ପଜିଟିଭ୍ ଅଛନ୍ତି। ଅନ୍ୟପଟେ ଆଜି ଆଉ ୧୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୭୪ ଜଣ, ନୂଆପଡ଼ାରୁ ୬୫ ଜଣ, କଳାହାଣ୍ଡି ଓ ଅନୁଗୁଳରୁ ୪୭ ଜଣ ଲେଖାଏଁ, କଟକରୁ ୪୧ ଜଣ ଆକ୍ରାନ୍ତ ଅଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୦୮,୬୫୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୯୬,୫୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୫୬୩ ଜଣ ସକ୍ରିୟ ରୋଗୀ ଅଛନ୍ତି। ସେହିପରି ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୫୨୭କୁ ବୃଦ୍ଧି ପାଇଛି।

Comment