ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବାରେ ଲାଗିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଅବପାତରେ ପରିଣତ ହେବାର ୨୪ ଘଣ୍ଟା ଭିତରେ ଏହା ଆହୁରି ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିଝଡ଼ର ରୂପ ନେବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଘୂର୍ଣ୍ଣିଝଡ଼ରେ ପରିଣତ ହେବା ପରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମକୁ ମୁହାଁଇ ୨୫ ସୁଦ୍ଧା ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ଛୁଇଁବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଉପକୂଳରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
୨୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଏକାଧିକ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ପରେ ଶୀତ ବଢ଼ିବାର ସମ୍ଭାବନା ରହିଛି।


















