ଓଡ଼ିଶାଲାଇଭ୍ ବ୍ୟୁରୋ

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଓ୍ଵେଲ ମାର୍କ୍‌ଡ ଲଘୁଚାପ ଅବପାତରେ ପରିଣତ ହୋଇଛି। ୨୪ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ବାତ୍ୟାର ନାଁ ‘ନିଭାର’ ରଖାଯାଇଛି। ଅନ୍ୟପଟେ ଆସନ୍ତା ୩୦ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବାତ୍ୟା ‘ନିଭାର’ ଆସନ୍ତା ୨୫ ତାରିଖ ଅପରାହ୍ଣରେ ତାମିଲନାଡ଼ୁ ଉପକୂଳ ଛୁଇଁବ। କିନ୍ତୁ ଓଡ଼ିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ୨୫ ତାରିଖରେ ରାଜ୍ୟର କିଛି ସ୍ଥାନରେ ଏବଂ ୨୬ରେ ଅଧିକାଂଶ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆସନ୍ତା ୨୬ ଓ ୨୭ ତାରିଖରେ ତାପମାତ୍ରା କମିବା ସହିତ ଅଧିକାଂଶ ଅଞ୍ଚଳରେ ପାଗ କୋହଲା ରହିବ ବୋଲି ସୂଚନା ମିଳିଛି।

ଅନ୍ୟପଟେ ଆସନ୍ତା ୨୮ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଆସନ୍ତା ୩୦ ତାରିଖରେ ଲଘୁଚାପରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comment