ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟପାଳ ନିଜେ ଟୁଇଟ କରି ଦେଇଛନ୍ତି।

ସୁଶୀଳା ଦେବୀ ନଭେମ୍ବର ୧ ତାରିଖରୁ କରୋନାରେ ସଂକ୍ରମିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ସୁଶୀଳା ଦେବୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ରାଜ୍ୟର ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସୁଶିଳା ଦେବୀଙ୍କ ପାର୍ଥିବ ଶରୀର ରାଜଭବନ ପରିସରକୁ ଅଣାଯାଇଛି। ଏଠାରେ ତାଙ୍କର ଶେଷ ଦର୍ଶନ ଚାଲିଛି। ଏହାପରେ ଅନ୍ତିମ ସଂସ୍କାର ପାଇଁ ତାଙ୍କ ପାର୍ଥିବ ଶରୀରକୁ ସ୍ୱର୍ଗଦ୍ୱାର ନିଆଯିବ।

Comment