ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଜି ଆଉ ୭୩୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୧୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିଲା ବେଳେ ୩୧୧ ଲୋକାଲ କେସ୍‌ ରହିଛି।

ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୪୪, ବାଲେଶ୍ୱରରୁ ୫୩, ବରଗଡ଼ରୁ ୨୧, ଭଦ୍ରକରୁ ୭, ବଲାଙ୍ଗିରରୁ ୪୦, ବୌଦ୍ଧରୁ ୧, କଟକରୁ ୪୯, ଦେବଗଡ଼ରୁ ୪, ଢେଙ୍କାନାଳରୁ ୭, ଗଜପତିରୁ ୪, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୨୪, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୨୫, କଳାହାଣ୍ଡିରୁ ୩୩, କନ୍ଧମାଳରୁ ୧, କେନ୍ଦ୍ରପଡ଼ାରୁ ୧୪, କେନ୍ଦୁଝରରୁ ୪୦, ଖୋର୍ଦ୍ଧାରୁ ୬୫, କୋରାପୁଟରୁ ୫, ମାଲକାନଗିରିରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ମୟୂରଭଞ୍ଜରୁ ୬୮, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୮, ନୂଆପଡ଼ାରୁ ୪୬, ପୁରୀରୁ ୨୯, ରାୟଗଡ଼ାରୁ ୮, ସମ୍ବଲପୁରରୁ ୯, ସୋନପୁରରୁ ୯, ସୁନ୍ଦରଗଡ଼ରୁ ୫୭, ଷ୍ଟେଟପୁଲରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୬ ହଜାର ପାର୍‌ କରିଛି। ଏଥିମଧ୍ୟରୁ ୬୮୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୭୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେହିପରି ରାଜ୍ୟରେ ଆଜି ୧୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comment