ଓଡ଼ିଶାଲାଇଭ୍ ବ୍ୟୁରୋ

ନଭେମ୍ବର ୨୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ପୁଣି ଏକ ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣରେ ଏହି ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ସେନେଇ କୌଣସି ସୂଚନା ମିଳିପାରିନାହିଁ।

ଅନ୍ୟପଟେ ବାତ୍ୟା ‘ନିଭାର’ କାରଣରୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ। ବିଶେଷକରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏଥିପାଇଁ ବିଭାଗ ପକ୍ଷରୁ ଏକ ପାଞ୍ଚଦିନିଆ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ ନଭେମ୍ଵର ୨୫ରୁ ୨୮ ତାରିଖ ମଧ୍ୟରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ତି, କନ୍ଧମାଳ ଆଦି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସ୍ଵଳ୍ପ ପରିମାଣର ବର୍ଷା ହୋଇପାରେ।

LEAVE A REPLY

Please enter your comment!
Please enter your name here