ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟର ୨୯ ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଆଜି ୫୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୩୪୩ ଜଣ ଆକ୍ରାନ୍ତ ଥିବା ବେଳେ ୨୫୧ଟି ଲୋକାଲ୍ କେସ୍ ରହିଛି। ଅନ୍ୟପଟେ ଆଜି ପୁଣି ୧୪ ଜଣ କରୋନାରେ ପ୍ରାଣ ହରାଇଥିବା ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକ ଓ ସୁନ୍ଦରଗଡ଼ରୁ ୫୫ ଜଣ ଲେଖାଏଁ, ବଲାଙ୍ଗିର ଓ ମୟୂରଭଞ୍ଜରୁ ୪୨ ଜଣ ଲେଖାଏଁ, ଅନୁଗୁଳରୁ ୩୭ ଜଣ, ବାଲେଶ୍ଵରରୁ ୩୪ ଜଣ ପଜିଟିଭ୍ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାରୁ ମଧ୍ୟ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୨୩୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୦୮,୮୩୯ ଜଣ ସୁସ୍ଥ ହୋଇଥିବା ବେଳେ ୬,୬୨୯ ଜଣ ସକ୍ରିୟ ରୋଗୀ ଅଛନ୍ତି। ଏଥିସହ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧,୭୧୮କୁ ବୃଦ୍ଧି ପାଇଛି।

Comment