ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୫୫୦ ନୂଆ ଆକ୍ରାନ୍ତ, ୧୨ ମୃତ
  • ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୭୮୯କୁ ବୃଦ୍ଧି
  • ମୋଟ କରୋନା ମୃତ୍ୟୁସଂଖ୍ୟା ୧,୭୩୦କୁ ବୃଦ୍ଧି

ରାଜ୍ୟର ୨୮ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଆଜି ୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୩୧୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୩୩ ଜଣ ଆକ୍ରାନ୍ତ ଅଛନ୍ତି। ଅନ୍ୟପଟେ ଆଜି ଆଉ ୧୨ ଜଣ କରୋନାରେ ପ୍ରାଣ ହରାଇଥିବା ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳରୁ ସର୍ବାଧିକ ୫୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୯ ଜଣ, ସୁନ୍ଦରଗଡ଼ରୁ ୪୭ ଜଣ, ମୟୂରଭଞ୍ଜରୁ ୪୦ ଜଣ, ସମ୍ବଲପୁରରୁ ୩୭ ଜଣ, କଟକରୁ ୩୫ ଜଣ, ନୂଆପଡ଼ାରୁ ୩୧ ଜଣ ଆକ୍ରାନ୍ତ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାରୁ ମଧ୍ୟ ଏକାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୭୮୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୦୯,୭୪୭ ଜଣ ସୁସ୍ଥ ହୋଇଥିବା ବେଳେ ୬,୨୫୯ ଜଣ ସକ୍ରିୟ ରୋଗୀ ଅଛନ୍ତି। ଏଥିସହ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧,୭୩୦କୁ ବୃଦ୍ଧି ପାଇଛି।

Comment