ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୫୧୮ ପଜିଟିଭ୍ ଚିହ୍ନଟ, ୪ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୧୮,୩୦୭କୁ ବୃଦ୍ଧି
  • ମୋଟ କରୋନା ମୃତ୍ୟୁସଂଖ୍ୟା ୧,୭୩୪କୁ ବୃଦ୍ଧି

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଆଜି ୨୭ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ୫୧୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୨୯୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୨୧ ଜଣ ଆକ୍ରାନ୍ତ ଅଛନ୍ତି। ଅନ୍ୟପଟେ ଆଜି ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି। ରାଜ୍ୟ ସ୍ଵାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ ୪୯ ଜଣ, କଟକରୁ ୪୫ ଜଣ, ଖୋର୍ଦ୍ଧାରୁ ୪୦ ଜଣ, ବଲାଙ୍ଗିରରୁ ୩୭ ଜଣ, ଅନୁଗୁଳରୁ ୩୬ ଜଣ ଆକ୍ରାନ୍ତ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାରୁ ଏକାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୧୮,୩୦୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୧୦,୫୪୯ ଜଣ ସୁସ୍ଥ ହୋଇଥିବା ବେଳେ ୫,୯୭୧ ଜଣ ସକ୍ରିୟ ରୋଗୀ ଅଛନ୍ତି। ଏଥିସହ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧,୭୩୪କୁ ବୃଦ୍ଧି ପାଇଛି।

Comment