ଓଡ଼ିଶାଲାଇଭ୍ ବ୍ୟୁରୋ

  • ଦିନକରେ ୩୪୯ ଆକ୍ରାନ୍ତ, ୬ ମୃତ
  • ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୯୧୩କୁ ବୃଦ୍ଧି
  • କରୋନାଜନିତ ମୃତ୍ୟୁସଂଖ୍ୟା ୧,୭୮୪କୁ ବୃଦ୍ଧି

ରାଜ୍ୟର ୨୮ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଆଜି ୩୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନରୁ ୧୯୮ ଜଣ ଆକ୍ରାନ୍ତ ଥିବା ବେଳେ ୧୫୧ଟି ଲୋକାଲ୍ କେସ୍ ରହିଛି। ଅନ୍ୟପଟେ ଆଜି ରାଜ୍ୟରେ ଆଉ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୪ ଜଣ, ଅନୁଗୁଳରୁ ୨୬ ଜଣ, ବାଲେଶ୍ଵରରୁ ୨୩ ଜଣ, କଟକ ଓ ପୁରୀରୁ ୨୨ ଜଣ ଲେଖାଏଁ, କଳାହାଣ୍ଡି ଓ ବରଗଡ଼ରୁ ୧୯ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାରୁ ମଧ୍ୟ ଏକାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୨୧,୯୧୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୧୬,୪୪୭ ଜଣ ସୁସ୍ଥ ହୋଇଥିବା ବେଳେ ୩,୬୨୯ ଜଣ ସକ୍ରିୟ ରୋଗୀ ଅଛନ୍ତି। ଏଥିସହ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୭୮୪ରେ ପହଞ୍ଚିଛି।

Comment