ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୩୮୭ ନୂଆ ଆକ୍ରାନ୍ତ, ୪ ମୃତ
  • ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୩,୨୩,୦୨୯କୁ ବୃଦ୍ଧି
  • କରୋନାଜନିତ ମୃତ୍ୟୁସଂଖ୍ୟା ୧,୭୯୮କୁ ବୃଦ୍ଧି

ରାଜ୍ୟର ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଆଜି ୩୮୭ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୨୦ ଜଣ କ୍ୱାରେଣ୍ଟାଇନରୁ ଥିବା ବେଳେ ୧୬୭ଟି ଲୋକାଲ କେସ୍ ରହିଛି। ଅନ୍ୟପଟେ ଆଜି ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୫୧ ଜଣ, ଅନୁଗୁଳରୁ ୨୭ ଜଣ, ମୟୂରଭଞ୍ଜରୁ ୨୩ ଜଣ, ଭଦ୍ରକରୁ ୨୧ ଜଣ, କଟକରୁ ୧୯ ଜଣ, ବରଗଡ଼ରୁ ୧୭ ଜଣ, ବାଲେଶ୍ୱରରୁ ୧୬ ଜଣ ପଜିଟିଭ୍ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରୁ ମଧ୍ୟ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୨୩,୦୨୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୧୭,୮୭୦ ଜଣ ସୁସ୍ଥ ହୋଇଥିବା ବେଳେ ୩,୩୦୮ ଜଣ ସକ୍ରିୟ ରୋଗୀ ଅଛନ୍ତି। ଏଥିସହ ଆଜିର ମୃତକଙ୍କୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୭୯୮କୁ ବୃଦ୍ଧି ପାଇଛି।

Comment