ଓଡ଼ିଶାଲାଇଭ୍ ବ୍ୟୁରୋ

  • ଦିନକରେ ୩୩୨ ଆକ୍ରାନ୍ତ, ୪ ମୃତ
  • ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୦୮୯କୁ ବୃଦ୍ଧି
  • କରୋନାଜନିତ ମୃତ୍ୟୁସଂଖ୍ୟା ୧,୮୧୧କୁ ବୃଦ୍ଧି

ରାଜ୍ୟର ୨୭ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଆଜି ୩୩୨ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ୱାରେଣ୍ଟାଇନରୁ ୧୮୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୩ଟି ଲୋକାଲ୍ କେସ୍ ରହିଛି। ଅନ୍ୟପଟେ ଆଜି ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩୫ ଜଣ, ଖୋର୍ଦ୍ଧାରୁ ୨୯ ଜଣ, କଟକରୁ ୨୭ ଜଣ, ମୟୂରଭଞ୍ଜରୁ ୨୨ ଜଣ, ପୁରୀରୁ ୨୧ ଜଣ ପଜିଟିଭ୍ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାରୁ ମଧ୍ୟ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୦୮୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୧୯,୦୬୯ ଜଣ ସୁସ୍ଥ ହୋଇଥିବା ବେଳେ ୩,୧୫୬ ଜଣ ସକ୍ରିୟ ରୋଗୀ ଅଛନ୍ତି। ସେହିପରି ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୮୧୧କୁ ବୃଦ୍ଧି ପାଇଛି।

Comment