ଓଡ଼ିଶାଲାଇଭ୍ ବ୍ୟୁରୋ

କଟକ: ଠକେଇ ଅଭିଯୋଗରେ କ୍ରାଇମ୍‌ବ୍ରାଞ୍ଚ୍ ଦ୍ୱାରା ଗିରଫ ହୋଇଥିବା ଆଇଏଫ୍‌ଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ ଜାମିନ ଆବେଦନ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିମ୍ନ ଅଦାଲତରେ ଆକାଶଙ୍କ ଜାମିନ ଖାରଜ ହୋଇଯିବା ପରେ ସେ ହାଇକୋର୍ଟକୁ ଆସିଛନ୍ତି।

ଟାଟା ମୋଟର୍ସରେ ଚାକିରି କରାଇ ଦେବା ନାଁରେ ଆକାଶ ପାଠକ ବହୁ ଚାକିରି ଆଶାୟୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଆକାଶଙ୍କ ଭାବୀ ଶ୍ୱଶୁର ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମଧ୍ୟ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଆକାଶଙ୍କ ବାପା ଅଭୟକାନ୍ତଙ୍କୁ ମଧ୍ୟ ଗିରଫ କରାଯାଇଛି। ଆକାଶଙ୍କୁ ଗିରଫ କରିବା ପରେ କ୍ରାଇମ୍‌ବ୍ରାଞ୍ଚ୍ ତାଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିଛି।

Comment