ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୩୫୮ ଆକ୍ରାନ୍ତ, ୪ ମୃତ
  • ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୫୦୫କୁ ବୃଦ୍ଧି
  • କରୋନା ମୃତ୍ୟୁସଂଖ୍ୟା ୧,୮୨୯କୁ ବୃଦ୍ଧି

ରାଜ୍ୟରୁ ଆଜି ୩୫୮ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ୱାରେଣ୍ଟାଇନରୁ ୨୦୮ ଜଣ ଥିବା ବେଳେ ୧୫୦ଟି ଲୋକାଲ କେସ୍ ରହିଛି। ଅନ୍ୟପଟେ ଆଜି ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳରୁ ସର୍ବାଧିକ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୬ ଜଣ, ବାଲେଶ୍ୱରରୁ ୩୫ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ, କଟକରୁ ୨୮ ଜଣ, ନୂଆପଡ଼ାରୁ ୨୬ ଜଣ ଆକ୍ରାନ୍ତ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାରୁ ମଧ୍ୟ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୫୦୫କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୨୦,୫୮୪ ଜଣ ସୁସ୍ଥ ହୋଇଥିବା ବେଳେ ୩,୦୩୯ ଜଣ ସକ୍ରିୟ ରୋଗୀ ଅଛନ୍ତି। ସେହିପରି ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧,୮୨୯କୁ ବୃଦ୍ଧି ପାଇଛି।

Comment